20ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
21ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
22ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
23ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
24ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।