22ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
23ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
24ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
25ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
26ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।