୧ ଯୋହନ 2

ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।

1 John 2:25 (UKJV) And this is the promise that he has promised us, even eternal life.

23ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।

24ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।

25ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।

26ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।

27କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.