୧ ଯୋହନ 2

ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।

1 John 2:28 (UKJV) And now, little children, abide in him; that, when he shall appear, we may have confidence, and not be ashamed before him at his coming.

26ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।

27କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।

28ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।

29ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.