୧ ଯୋହନ 2

ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;

1 John 2:4 (UKJV) He that says, I know him, and keeps not his commandments, is a liar, and the truth is not in him.

2ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।

3ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।

4ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;

5କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।

6ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.