4ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
5କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
6ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
7ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।
8ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।