10ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
11କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
12ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
13ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
14ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।