୧ ଯୋହନ 3

ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।

1 John 3:16 (UKJV) Hereby perceive we the love of God, because he laid down his life for us: and we ought to lay down our lives for the brethren.

14ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।

15ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।

16ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।

17କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?

18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.