1ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
2ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
3ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
4ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।