18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
19ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।