୧ ଯୋହନ 3

ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

1 John 3:21 (UKJV) Beloved, if our heart condemn us not, then have we confidence toward God.

19ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,

20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।

23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.