୧ ଯୋହନ 3

ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।

1 John 3:22 (UKJV) And whatsoever we ask, we receive of him, because we keep his commandments, and do those things that are pleasing in his sight.

20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।

23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।

24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.