3ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
4ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
5ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
6ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
7ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;