6ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
7ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
8ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
9ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
10ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।