8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
10ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।