୧ ଯୋହନ 4

ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।

1 John 4:15 (UKJV) Whosoever shall confess that Jesus is the Son of God, God dwells in him, and he in God.

13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।

14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।

15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।

16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

17ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.