୧ ଯୋହନ 4

ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

1 John 4:16 (UKJV) And we have known and believed the love that God has to us. God is love; and he that dwells in love dwells in God, and God in him.

14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।

15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।

16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

17ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।

18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.