୧ ଯୋହନ 4

ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,

1 John 4:2 (UKJV) Hereby know all of you the Spirit of God: Every spirit that confesses that Jesus Christ has come in the flesh is of God:

1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।

2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,

3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।

4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.