19ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।