3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।