5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।