2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
6ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;