ପ୍ରଥମ ରାଜାବଳୀ 1

ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।

1 Kings 1:10 (UKJV) But Nathan the prophet, and Benaiah, and the mighty men, and Solomon his brother, he called not.

8ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।

9ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।

10ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।

11ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?

12ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.