13ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’
14ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
15ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
16ତହୁଁ ବତ୍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
17ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”