15ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
16ତହୁଁ ବତ୍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
17ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
18ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
19ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।