17ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
18ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
19ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
20ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
21ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।