ପ୍ରଥମ ରାଜାବଳୀ 1

ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।

1 Kings 1:21 (UKJV) Otherwise it shall come to pass, when my lord the king shall sleep with his fathers, that I and my son Solomon shall be counted offenders.

19ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।

20ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।

21ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।

22ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।

23ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.