20ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
21ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
22ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।
23ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
24ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”