25କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
26ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
27ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
28ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
29ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ