ପ୍ରଥମ ରାଜାବଳୀ 1

ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”

1 Kings 1:28 (UKJV) Then king David answered and said, Call me Bathsheba. And she came into the king's presence, and stood before the king.

26ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।

27ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?

28ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”

29ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ

30ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.