ପ୍ରଥମ ରାଜାବଳୀ 1

ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”

1 Kings 1:31 (UKJV) Then Bathsheba bowed with her face to the earth, and did reverence to the king, and said, Let my lord king David live for ever.

29ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ

30ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”

31ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”

32ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।

33ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.