ପ୍ରଥମ ରାଜାବଳୀ 1

ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”

1 Kings 1:33 (UKJV) The king also said unto them, Take with you the servants of your lord, and cause Solomon my son to ride upon mine own mule, and bring him down to Gihon:

31ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”

32ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।

33ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”

34ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।

35ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.