32ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
33ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
34ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
35ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
36ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।