ପ୍ରଥମ ରାଜାବଳୀ 1

ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

1 Kings 1:37 (UKJV) As the LORD has been with my lord the king, even so be he with Solomon, and make his throne greater than the throne of my lord king David.

35ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।

36ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍‍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।

37ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

38ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।

39ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.