ପ୍ରଥମ ରାଜାବଳୀ 1

ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”

1 Kings 1:39 (UKJV) And Zadok the priest took an horn of oil out of the tabernacle, and anointed Solomon. And they blew the trumpet; and all the people said, God save king Solomon.

37ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

38ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।

39ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”

40ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।

41ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.