38ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
39ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
40ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
41ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
42ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”