ପ୍ରଥମ ରାଜାବଳୀ 1

ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।

1 Kings 1:46 (UKJV) And also Solomon sits on the throne of the kingdom.

44ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;

45ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।

46ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।

47ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।

48ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.