46ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
47ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
48ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
49ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
50ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।