ପ୍ରଥମ ରାଜାବଳୀ 1

ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।

1 Kings 1:5 (UKJV) Then Adonijah the son of Haggith exalted himself, saying, I will be king: and he prepared him chariots and horsemen, and fifty men to run before him.

3ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।

4ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।

5ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।

6ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।

7ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.