48ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
49ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
50ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
51ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
52ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”