50ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
51ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
52ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
53ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”