4ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
5ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
6ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
7ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
8ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।