7ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
8ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
9ଏଉତ୍ତାରେ ଅଦୋନୀୟ ଐନ୍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
10ମାତ୍ର, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
11ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?