16ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।
17ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
18ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
19ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
20ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।