18ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
19ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
20ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
21ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
22କାରଣ, ସମୁଦ୍ରରେ ହୂରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।