ପ୍ରଥମ ରାଜାବଳୀ 10

ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।

1 Kings 10:23 (UKJV) So king Solomon exceeded all the kings of the earth for riches and for wisdom.

21ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

22କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।

23ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।

24ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।

25ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.