23ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
24ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
25ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
26ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
27ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।