10ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
11ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
12ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
13ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
14ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।