ପ୍ରଥମ ରାଜାବଳୀ 11

ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।

1 Kings 11:14 (UKJV) And the LORD stirred up an adversary unto Solomon, Hadad the Edomite: he was of the king's seed in Edom.

12ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।

13ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”

14ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।

15ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;

16ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.