ପ୍ରଥମ ରାଜାବଳୀ 11

ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;

1 Kings 11:15 (UKJV) For it came to pass, when David was in Edom, and Joab the captain of the host was gone up to bury the slain, after he had smitten every male in Edom;

13ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”

14ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।

15ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;

16ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;

17ସେସମୟରେ ହଦଦ୍‍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍‍ ସାନ ବାଳକ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.